ପୁରା ଖବର ବିଷୟରେ


ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକର ଙ୍କ ୧୩୩ତମ ଜୟନ୍ତୀ ମହାସମାରୋହରେ ପାଳିତ

Apr 14 2024 9:20PM
Posted By: ମନୋଜ ସିଂହ ଙ୍କ ରିପୋର୍ଟ

'ଭବାନୀପାଟଣା :- ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ସକାଳ ଘ ୯.୦୦ ସମୟରେ ଡ ବି ଆର୍ ଆମ୍ବେଦକର ଙ୍କ ୧୩୩ତମ ଜନ୍ମ ଜୟନ୍ତୀ ସ୍ମୃତିସଭା ,ଆଲୋଚନାଚକ୍ର ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ, ସମ୍ମାନିତ ଅତିଥି ରୂପେ ମୂଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲାପରିଷଦ ଦୟାମୟ ପାଢ଼ୀ , ଉପ ଜିଲ୍ଲାପାଳ,ଭବାନୀପାଟଣା ଡ଼ ବିଶ୍ୱଜିତ ଦାସ ପ୍ରମୁଖ ଯୋଗ ଦେଇଥିଲେ। ଅତିଥିଗଣ ଡ ଆମ୍ବେଦକର ଙ୍କୁ ବିଶିଷ୍ଟ ଜନନେତା,ସମାଜ ସଂସ୍କାରକ, ଅସାଧାରଣ ବ୍ୟକ୍ତିତ୍ଵ , ସମ୍ବିଧାନ ପ୍ରଣେତା , ଗଣତନ୍ତ୍ର ର ମୁଖ୍ୟ ପୁରୋଧା, ବିଶିଷ୍ଟ ରାଜନୀତିଜ୍ଞ, ମହିଳାମାନଙ୍କ ଅଧିକାରରେ ସମାନତା,ସାମାଜିକ ନ୍ୟାୟ ର ପ୍ରତିଷ୍ଠାତା,ଦଳିତ ଓ ନିଷ୍ପେସିତ ଙ୍କ ପ୍ରାଣକର୍ତା ରୂପେ ଅଭିହିତ କରି ତାଙ୍କର ଆଦର୍ଶ ଓ ଜୀବନୀ କୁ ପାଠ କରି ଆଗାମୀ ପିଢ଼ି ଏକ ସଶକ୍ତ , ବଳିଷ୍ଠ ଗଣତନ୍ତ୍ରରେ ଭାରତବର୍ଷ କୁ ଦେଖିବା ଓ ସମସ୍ତେ ସାମାଜିକ ନ୍ୟାୟ ପ୍ରତି ଅଙ୍ଗୀକାର ହେବାକୁ ଆହ୍ବାନ କରିଥିଲେ। ଏହି ଅବସରରେ ଆଜି ସକାଳ ଘ ୭.୩୦ ସମୟରେ ଶିକ୍ଷା ଅନୁଷ୍ଠାନ ର କର୍ମକର୍ତ୍ତା,ଶିକ୍ଷକ ଶିକ୍ଷୟତ୍ରୀ ଙ୍କ ଉପସ୍ଥିତିରେ ନକଟିଗୁଡା ଛକ ସ୍ଥିତ ଏବଂ ରେଲୱେ ଷ୍ଟେସନ ଛକ ସ୍ଥିତ ଡ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ଓ ପୂଜ୍ୟପୂଜା କରଯାଇଥିଲା। ସକାଳ ଘ ୮.୦୦ ସମୟରେ ଜିଲ୍ଲାପାଳ କାର୍ଯ୍ୟାଳୟ ନିକଟସ୍ଥ ଡ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ,ବିଭାଗୀୟ ଅଧିକାରୀ ଏବଂ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ଉପସ୍ଥିତି ରେ ପୁଷ୍ପମାଲ୍ୟ ଅର୍ପଣ ଓ ପୂଜ୍ୟପୂଜା କରଯାଇଥିଲା।ଏହି ଜୟନ୍ତୀ ଉପଲକ୍ଷେ ଭୋଟର ସଚେତନତା କାର୍ଯ୍ୟକ୍ରମ ନିମନ୍ତେ ଅନୁଷ୍ଠିତ ମହାବିଦ୍ୟାଳୟ ସ୍ତର ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ଏବଂ ଆମ୍ବେଦକର ଜୟନ୍ତୀ ପାଳନ ଅବସରରେ ହାଇସ୍କୁଲ୍ ଓ ୟୁପି ସ୍ତର ପ୍ରବନ୍ଧ ଓ ବକ୍ତୃତା ପ୍ରତିଯୋଗିତାର ଉତ୍ତୀର୍ଣ୍ଣ ଛାତ୍ର ଛାତ୍ରୀ ଙ୍କୁ ମୁଖ୍ୟ ଅତିଥି ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରିଥିଲେ।ସଭାର ଆୟୋଜନ,ସଞ୍ଚାଳନ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା।ସଭାରେ ବିଭିନ୍ନ ମହାବିଦ୍ୟାଳୟରୁ ଛାତ୍ର ଛାତ୍ରୀ,ଗଣମାଧ୍ୟମ ପ୍ରତିନିଧି,ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।'





© 2021 Today News 24 Odisha. All rights reserved | Developed by : SRADHA WEBCREATIONS