Posted By: ମନୋଜ ସିଂହ ଙ୍କ ରିପୋର୍ଟ
'ଭବାନୀପାଟଣା: ତା:୦୩/୦୧() ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୩୫ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ୧୧୬ ଗୋଟି ଓ ସାମୂହିକ ୧୯ ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ, ଭିନ୍ନକ୍ଷମ ଭତ୍ତା, ପାନୀୟଜଳ, ଜମିବିବାଦ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ଜଳସେଚନ, ଶିଶୁ ସୁରକ୍ଷା, ସାମାଜିକ ସୁରକ୍ଷା, ପୂର୍ତ୍ତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଶାନ୍ତ କୁମାର ସିଂହ, ଉପଜିଲ୍ଲାପାଳ, ଧର୍ମଗତ ଧିମାନ ଚାକମା, ଉପ ଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ପି ଡି, ଡ଼ୁଡା ମୁନୀନ୍ଦ୍ର ହୋନାଗା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ , ଜିଲ୍ଲା ଅବକାରୀ ଅଧିକ୍ଷକ ସରୋଜ କୁମାର ନାଏକ, ସହକାରୀ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଡି ଆର ସି ଏସ୍, ପ୍ରମୋଦ କୁମାର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା,ଜିଲ୍ଲା ଶିଶୁ ସୁରକ୍ଷ'