'କୋକସରା ଚିକିତ୍ସାଲୟରେ ମୃତ ଘୋଷଣା କଲେ ଡାକ୍ତର ଭବାନୀପାଟଣା ତା:୧୪/୦୨() ଦାଦନ ଯାଇ ନିଜ ଘର କୁ ଫେରୁଥିବା ସମୟରେ ଆମପାଣି ରାସ୍ତା କଡ ବସିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେନୋ କାର ଧକ୍କା ଦେବାରୁ ଦାଦନ ଶ୍ରମିକ ଗୁରୁତର ହେବାରୁ ସ୍ଥାନୀୟ ଲୋକମାନେ ୧୦୮ ଆମ୍ବୁଲାନ୍ସ ସହାୟତା ରେ କୋକସରା ହସ୍ପିଟାଲ କୁ ଚିକିତ୍ସା ପାଇଁ ପଠାଇଥିଲେ, ହେଲେ ଡାକ୍ତର ପରୀକ୍ଷା କରିବା ପାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପଟେ ଦୁର୍ଘଟଣା କରିଥିବା କାର କୁ ସ୍ଥାନୀୟ ଲୋକମାନେ ଆମପାଣି ପୁଲିସ ର ଜିମା ଦେଇଛନ୍ତି। ସୂଚନା ମତେ ଛତିଶଗଡ଼ ଦେଭୋଗ ଥାନାଅଞ୍ଚଲ ର ଧରଣୀ ବାହାଲ ଗ୍ରାମ ଜଣେ ଯୁବକ ରମେଶ ଠାକୁର ( ୩୨) ବିଶାଖାପାଟଣା ଦାଦନ ଖଟିବାକୁ ଯାଇ ଏକ ବସ ରେ ଫେରି ଆମପାଣି ବସଷ୍ଟାଣ୍ଡ ନିକଟର ଏକ ଦୋକାନ ନିକଟରେ ଥିବା ବେଳେ ଏକ କାର ଆସି ଧକ୍କା ଦେଇଥିଲା ଆମପାଣି ପୋଲିସ ଘଟଣା ର ତଦନ୍ତ ଜାରି ରଖିଥିବା ବେଳେ ଦୁର୍ଘଟଣା ଘଟାଇଥିବା କାର ସମେତ ଡ୍ରାଇଭର ଓ ଅନ୍ୟ ଜଣେ ଲୋକ ଙ୍କୁ ଥାନା ରେ ଅଟକ ରଖାଯାଇଛି।'
© 2021 Today News 24 Odisha. All rights reserved | Developed by : SRADHA WEBCREATIONS